Posts

Showing posts from January, 2026

‘ଓଡ଼ିଆ ଭାଷାକୁ ସହଜରେ ଶିଖିବା ପାଇଁ ବର୍ଣ୍ଣବୋଧ କୁନିକୁନି ପିଲାଙ୍କ ପକ୍ଷରେ ସହାୟକ ହେବ’

ଭକ୍ତକବି ମଧୁସୂଦନ ରାଓଙ୍କ ଜୟନ୍ତୀ ଅବସରରେ ତାଙ୍କ ରଚିତ ‘ବର୍ଣ୍ଣବୋଧ’ର ପୁନଃମୁଦ୍ରିତ ସଂସ୍କରଣ ଓ ଏହାର ଡ଼ିଜିଟାଲ କପି ଉନ୍ମୋଚିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍‌ଣରେ ଏହାକୁ ଉନ୍ମୋଚନ କରିଛନ୍ତି। ଆଜି ପବିତ୍ର ଶ୍ରୀପଞ୍ଚମୀ ଓ ସରସ୍ଵତୀ ପୂଜା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଯେତେବେଳେ ଭାରତ ସ୍ଵାଧୀନତା ଲାଭ କରିଥିଲା ସାକ୍ଷରତା ହାର ଥିଲା ମାତ୍ର ୧୨ ପ୍ରତିଶତ, ଅର୍ଥାତ ୧୯୦୦ ମସିହା ବେଳକୁ ଏହା ଏକକ-ଅଙ୍କ ବିଶିଷ୍ଟ ଥିଲା। ସେତେବେଳେ ଓଡ଼ିଆ ଭାଷାର ଆଉ ଏକ ସମସ୍ଯା ଥିଲା। ଯଦିଓ ଓଡ଼ିଆ ଭାଷା ଓ ସାହିତ୍ଯକୁ ଅନେକ ସାରସ୍ଵତ ସାଧକ ଋଦ୍ଧିମନ୍ତ କରିଥିଲେ, ତାହା ସାଧାରଣ ଜନତାଙ୍କ ଭାଷା ରୂପେ ଆଦୃତ ହୋଇପାରିନଥିଲା। କାରଣ, ଲିଖିତ ଓଡ଼ିଆ ଭାଷାର ଗଠନ, ଉଚ୍ଚାରଣ, ଲିଖନ ଏବଂ ଶୁଦ୍ଧତା ନିଶ୍ଚିତ ଭାବେ ଜଟିଳ ଥିଲା। ତେଣୁ, ଏତେ ସଂଖ୍ୟକ ଲୋକଙ୍କୁ ଶିକ୍ଷାଦାନ କରିବା ପାଇଁ ହେଲେ ପ୍ରଥମେ ଭାଷାକୁ ସରଳ ଭାବେ, ବୋଧଗମ୍ୟ ଭାବେ ପ୍ରସ୍ତୁତ କରିବାକୁ ହେବ। ଏହା ସହିତ ଭାଷାର ନିଜତ୍ଵ, ମୂଳ ସ୍ୱରୂପକୁ ରଖିବାକୁ ପଡ଼ିବ। ତେଣୁ, ଏହାର ସମାଧାନ କରିବା ପାଇଁ ଲେଖା ହୋଇଥିଲା ‘ବର୍ଣ୍ଣବୋଧ’। ଏହାର ରଚୟିତା ଭକ୍ତକବି ମଧୁସୂଦନ ରାଓ, ଅତି ଚମତ୍କାର ଭାବେ ଅକ୍ଷର, ବର୍ଣ୍ଣ, ଯୁକ୍ତାକ୍ଷର, ଶବ୍ଦ, ଶବ୍ଦ ଗଠନ, ବାକ୍ୟ ଗଠନକୁ କିପରି ସରଳ ଭାବେ କୋମଳମତି ଛାତ୍ରଛାତ୍ରୀଙ୍କୁ ଶି...